ପଞ୍ଚାୟତ ସମିତି ମହାବିଦ୍ୟାଳୟର ୪୦ତମ ପ୍ରତିଷ୍ଠା ଉତ୍ସବ ।
ପଞ୍ଚାୟତ ସମିତି ମହାବିଦ୍ୟାଳୟର ୪୦ତମ ପ୍ରତିଷ୍ଠା ଉତ୍ସବ ।। ଗୋଟିଏ ଶିକ୍ଷାନୁଷ୍ଠାନ ଆଗକୁ ଯିବାକୁ ହେଲେ ସମସ୍ତଙ୍କର ସହଭାଗିତା ଓ ସହଯୋଗର ଆବଶ୍ୟକ ରହିଅଛି। ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଭିଭାବକଙ୍କ ମିଳିତ ଉଦ୍ୟମ ଦ୍ୱାରା ମହାବିଦ୍ୟାଳୟର ବିକାଶ ଆଗକୁ ଯାଇଥାଏ। ଛାତ୍ରଛାତ୍ରୀ ସାଧନାରତ ଭାବେ ପାଠ ପଢିବା ସହିତ ସଂକଳ୍ପ ନେଇ ଶିକ୍ଷାଲାଭ କଲେ ସିଦ୍ଧାନ୍ତରେ ନିଶ୍ଚିତ ପହଞ୍ଚି ପାରିବେ ବୋଲି ବରଗଡ଼ ଜିଲ୍ଲା ଗାଇସିଲେଟ ପଞ୍ଚାୟତ ସମିତି ପ୍ରତିଷ୍ଠା ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଉପ ଜିଲ୍ଲାପାଳ ଶ୍ରୀଯୁକ୍ତ ଆଲୋକ କୁମାର ପଟେଲ ପ୍ରକାଶ କରିଛନ୍ତି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ ଜୟକେତନ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରତିଷ୍ଠା ଉତ୍ସବରେ ମୁଖ୍ୟଅତିଥି ଭାବେ ପଦମପୁର ଉପ ଜିଲ୍ଲାପାଳ ଶ୍ରୀଯୁକ୍ତ ଆଲୋକ ପଟେଲ ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଖଡ଼ିଆଲ ଅଟୋନମସ ମହାବିଦ୍ୟାଳୟର ପ୍ରାଧ୍ୟାପିକା ସୁଶ୍ରୀ ଗିତାଶ୍ରୀ ପ୍ରିୟମ୍ବଦା ଯୋଗ ଦେଇ ଏଭଳି ଏକ ଶିକ୍ଷାନୁଷ୍ଠାନକୁ ପ୍ରତିଷ୍ଠା କରିଥିବା ବ୍ୟକ୍ତି ବିଶେଷଙ୍କ ଗଠନ ମୂଳକ ଚିନ୍ତାଧାରା ଏବଂ ପୂର୍ବତନ ଛାତ୍ରଛାତ୍ରୀଙ୍କ ସାଧନା ଓ ସଫଳତା ହିଁ,ଆଜି ସଂପୃକ୍ତ ଅନୁଷ୍ଠାନକୁ ଚାରି ଦଶନ୍ଧିରେ ପହଞ୍ଚାଇ ପାରିଛି ବୋଲି ମତ ରଖିଥିଲେ । ସମ୍ମାନିତ ଅତିଥି ଭାବରେ ଗାଇସିଲେଟ ବ୍ଲକ ଅଧକ୍ଷ ଶ୍ରୀଯୁକ୍ତ ପ୍ରଣୟ କୁମାର ସାହୁ, ପ୍ରାଣପ୍ରତିଷ୍ଠାତା ଶ୍ରୀଯୁକ୍ତ...